୨୦୨୧ ମସିହା କନ୍ୟା ରାଶି ପାଇଁ ଶାନ୍ତି ଏବଂ ମୈତ୍ରୀ ଆଣିଦେବ।ବ୍ୟବସାୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିବ।ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ରାଜନୀତି ମାମଲାରେ ସଫଳତା ମିଳିବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ଶତ୍ରୁବାଧା ଦେଖାଦେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ।
ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଗୃହୋପକରଣ କ୍ରୟ କରିବେ। ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ କିଛି ଅର୍ଥ ଲାଭହେବ।
ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତିରେ ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍।ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ।
ଆମେ ଆପଣ ମାନଙ୍କ ପାଇଁ ସବୁବେଳେ ଓଡ଼ିଆ ଖବର,ଭାଇରଲ ନ୍ୟୁଜ, ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ।