tularasi

ତୁଳାରାଶି କିପରି କଟିବ ଆପଣଙ୍କ ୨୦୨୧ ମସିହା? ଜାଣନ୍ତୁ ଆପଣଙ୍କ ଭବିଷ୍ୟତ |

Uncategorized

ତୁଳାରାଶି ପାଇଁ ୨୦୨୧ ମସିହା ସୁବର୍ଣ୍ଣ ବର୍ଷ ହେବ। ଧନ ଏବଂ ଆନନ୍ଦ ରେ ଘର ପରିପୂର୍ଣ୍ଣ ହେବ। ବ୍ୟବସାୟରେ ସଫଳତା ମିଳିବ।ଶତୃମାନେ ଦୂର ହେବେ। ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ।ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ।

ttt
କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ।ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ସରକାରୀ କ୍ଷେତ୍ରରେ ଯଶ, ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ।

ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ।ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ।

tulla

ଆମେ ଆପଣ ମାନଙ୍କ ପାଇଁ ସବୁବେଳେ ଓଡ଼ିଆ ଖବର,ଭାଇରଲ ନ୍ୟୁଜ, ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ।

Leave a Reply

Your email address will not be published. Required fields are marked *