rajya

ଓଡିଶାରେ ପୁଣି କଡାକଡି ହେବ କୋଭିଡ୍ ନିୟମ ବଜାର ଓ ମନ୍ଦିରରେ ଭିଡ କମାଇବାକୁ ଗୁରୁତ୍ୱ ।

ODISHA

ଓଡିଶାରେ ପୁଣି କଡାକଡି ହେବ କୋଭିଡ୍ ନିୟମ । ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ବଜାର ଓ ମନ୍ଦିରରେ ଭିଡ କମାଇବାକୁ ଗୁରୁତ୍ୱ ଓଡିଶାରେ କଡାକଡି ହେବ କୋଭିଡ୍ ନିୟମ । ମହାରାଷ୍ଟ୍ରରେ କୋଭିଡ୍ ସଂକ୍ରମଣ ବଢିବା ଏବଂ ଲକଡାଉନ୍ ଭଳି ସ୍ଥିତି ଉପୁଜିବା ପରେ ଏବେ ଓଡିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖି ସବୁ ଜିଲ୍ଲାପାଳ, ମହାନଗର ନିଗମ ଓ ପୋଲିସ ବିଭାଗକୁ ସତର୍କ କରାଇଛନ୍ତି।ଏଣିକି ସବୁ ଜିଲ୍ଲାରେ କୋଭିଡ୍ ନିୟମ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ତା ସହିତ ନିୟମ ଅନୁସାରେ ଯଥେଷ୍ଟ କରୋନା ଟେଷ୍ଟିଂ ଉପରେ ମଧ୍ୟ ଗୁରୁତ୍ୱ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ଅନ୍ୟପଟେ ଭିଡ ଜାଗା ଯେପରିକି ମାର୍କେଟ, ଧର୍ମାନୁଷ୍ଠାନରେ ଭିଡ କମାଇବାକୁ କୁହାଯାଇଛି ।

ଆସନ୍ତାକାଲି ମହାରାଷ୍ଟ୍ରର କିଛି ଅଞ୍ଚଳରେ ଲକଡାଉନ୍ ଜାରି କରାଯାଇଥିଲା । ସେଠାରେ କୋଭିଡ୍ ସଂକ୍ରମଣ ବଢୁଥିବା ଦେଖି ପୁଣି ଲକଡାଉନ୍ ଜାରି କରାଯାଇଥିଲା । ଏହାକୁ ଦେଖି ଏବେ ଓଡିଶାରେ ମଧ୍ୟ ନିୟମ କଡାକଡି କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।କରୋନା ନିୟମ କଡ଼ାକଡ଼ି ପାଇଁ ଚିଠି ଲେଖିଲେ ଏସଆରସି । ସମସ୍ତ ଜିଲ୍ଲାପାଳ, ମୁନିସପାଲ କମିଶନର ଓ ଏସପିଙ୍କୁ ଚିଠି ଲେଖିଲେ ଏସଆରସି । କିଛି ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନିୟମ କଡ଼ାକଡ଼ି ପାଇଁ ନିର୍ଦ୍ଦେଶ ରହିଛି । ମାସ୍କ ବ୍ୟବହାର, ସାନିଟାଇଜର ବ୍ୟବହାର ଓ ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଇଛି । ସର୍ବସାଧାଣ ସ୍ଥାନ, ଅନୁଷ୍ଠାନ ଓ କାର୍ଯ୍ୟାଳୟରେ କୋଭିଡ଼ ନିୟମ କଡ଼ାକଡ଼ି ହେବ । ଏନେଇ ଜିଲ୍ଲା ପ୍ରଶାସନ ଓ ପୋଲିସ ସ୍ଥିତି ଉପରେ ନଜର ରଖିବେ । ବଜାର ଓ ହାଟରେ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯିବ ।

covideee

ତେବେ ଅଙ୍ଗନୱାଡ଼ି ଓ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ବିଶୋଧନ ଉପରେ ଗୁରୁତ୍ୱ ଦିଆଯିବ । ସ୍କୁଲରେ ଥର୍ମାଲ ସ୍କ୍ରିନିଂ, ହ୍ୟାଣ୍ଡୱାସ ଓ ସାନିଟାଇଜର ଉପରେ ଗୁରୁତ୍ୱ ଦିଆଯିବ । କୌଣସି ଲୋକଙ୍କ ପାଖରେ ଲକ୍ଷଣ ଦେଖାଦେଲେ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରକୁ ଜଣାଇବା ପାଇଁ ନିର୍ଦ୍ଦେଶ ରହିଛି । ବିବାହ, କ୍ରୀଡ଼ା, ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅନୁମତି ଥିଲେ ମଧ୍ୟ କରୋନା ନିୟମ ମାନିବାକୁ ନିର୍ଦ୍ଦେଶ ରହିଛି । ହୋଟେଲ, ରେଷ୍ଟୁରାଂଟ ଓ ଢାବା ଉପରେ ନଜର ରଖିବେ ପୋଲିସ । ଜିଲ୍ଲାର ବିଭିନ୍ନ ସ୍ଥାନ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବେ ବରିଷ୍ଠ ଅଧିକାରୀ ।

Leave a Reply

Your email address will not be published. Required fields are marked *