siba

ଭଗବାନ ଶିବଙ୍କ କୃପାରୁ ଆଜିଠାରୁ ଚମକିବ ଏହି 3ଟି ରାଶିର ଭାଗ୍ୟ,ଘରେ ଆସିବ ଧନର ସୁନାମି |

HEALTH

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଭୋଳାନାଥ ଅତ୍ୟନ୍ତ ଦୟାଳୁ ସେ ନିଜ ଭକ୍ତମାନଙ୍କ ସମସ୍ତ ଦୁଃଖ କଷ୍ଟ ଶୀଘ୍ର ଦୂର କରନ୍ତି। ଏହା ସହିତ ଚନ୍ଦ୍ରଙ୍କ ଶୁଭ ପ୍ରଭାବ ଯୋଗୁଁ ଏହି ଭାଗ୍ୟଶାଳୀ ରାଶି ମାନଙ୍କ ଭାଗ୍ୟ ଚମକିବାକୁ ଯାଉଛି।

ଆଜିଠାରୁ ୪ଟି ରାଶିର ଭାଗ୍ୟ ମହାଦେବଙ୍କ କୃପାରୁ ବଦଳିବାକୁ ଯାଉଛି। ଚନ୍ଦ୍ର ଏବଂ ବୃହସ୍ପତିଙ୍କର ପ୍ରଭାବ ହେତୁ ଆଗାମୀ ଏକ ମାସ ଯାଏ ଏହି ରାଶିର ଲୋକମାନେ ରାଜା ଭଳି ଜୀବନ ବଞ୍ଚିବେ।

ମକର ରାଶି – ଏହି ରାଶି ଜାତ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚଆଶା ସଫଳ ହୋଇ ଦୂରଯାତ୍ରାରେ ଲାଭପାଇବେ ।

makaraa

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଉତ୍ତମ ରୋଜଗାର କରି ପାରିବେ ।

କନ୍ୟା ରାଶି – ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ କରିବା ଦ୍ଵାରା ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ ।

ମାଲିକ ସପକ୍ଷ ସଂଗଠନର ନେତୃତ୍ଵ ନେଇ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ ।

ତୁଳା ରାଶି – ଉକ୍ତ ରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇ ଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ ।

ସେନା ନାୟକ ବା ପୁଲିସ ହାକିମ, ଅଥବା ପ୍ରଶାସକ ମାନଙ୍କର ଉନ୍ନତି ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ ।ଛାତ୍ର ଛାତ୍ରୀମାନେ ପ୍ରତ୍ୟୁତ୍ମନ ମତିତା କାରଣରୁ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ଓ ଖୁସି ଗପ ମଉଜ ମଜଲିସ୍ କରିବେ ।

ତେବେ ବନ୍ଧୁଗଣ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖାଟି ପସନ୍ଦ ଆସିଥିବ,ଏହାକୁ ନିଜ ବନ୍ଧୁ ପରିଜନଙ୍କ ସହିତ ସେୟାର କରନ୍ତୁ ଏବଂ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *