modi

ତେଜିଲା ରାଜନୀତି ମୃତ ଚାଷୀଙ୍କୁ ମିଳୁ ନ୍ୟାୟ ଏବଂ କ୍ଷତିପୁରଣ – ଜାଣି ରଖନ୍ତୁ ପୁରା ଖବର ।

NEWS

ଓଡିଶାର ସମସ୍ତ ଚାଷୀ ପିଏମ କିଷାନ ଯୋଜନାର ଲାଭ ପାଆନ୍ତୁ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପିଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦେଶରେ ଆଜି 9 କୋଟି ଚାଷୀଙ୍କୁ କେନ୍ଦ୍ର ସରକାର ପ୍ରାୟ 19 ହଜାର କୋଟି ଟଙ୍କା ପିଏମ-କିଷାନ ଯୋଜନା ଅଧିନରେ ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଏହି ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ରାଜ୍ୟ ସରକାରଙ୍କୁ ସମସ୍ତ ଚାଷୀ କିଭଳି ପିଏମ-କିଷାନର ଲାଭପାଇପାରିବେ ସେ ନେଇ ଦୃଷ୍ଟି ଦେବାକୁ କହିଛନ୍ତି ।

ଓଡିଶାର ଚାଷୀ ମାନଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ମୁଁ ପୁନର୍ବାର ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରୁଛି ଯେ ପିଏମ କିଷାନ ଯୋଜନାରେ ପଞ୍ଜିକୃତ ହୋଇଥିବା ରାଜ୍ୟର ସମସ୍ତ ଚାଷୀ ଯେପରି ଏହାର ସମ୍ପୂର୍ଣ୍ଣ ଲାଭ ପାଇପାରିବେ ସେଥିପାଇଁ ପଦକ୍ଷେପ ନିଅନ୍ତୁ ।ରାଜ୍ୟରେ ଚାଷୀଙ୍କ ହିତ ପାଇଁ ପିଏମ କିଷାନ ଯୋଜନାରେ ଓଡ଼ିଶାର ୪୦,୫୦,୧୦୩ ଚାଷୀ ପଞ୍ଜିକୃତ ହୋଇଛନ୍ତି ।

money

ସେଥିମଧ୍ୟରୁ ସପ୍ତମ କିସ୍ତିରେ ୨୪,୭୦,୬୭୧ ଚାଷୀ ମୋଟ ୪୯୪.୧୩ କୋଟି ଟଙ୍କାର ସହାୟତା ରାଶି ପାଇଥିଲେ । ଏ ନେଇ ଗତ ମାର୍ଚ୍ଚ ମାସରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ଅଷ୍ଟମ କିସ୍ତିରେ ୨୭,୮୩,୨୦୯ ଚାଷୀ ଲାଭ ପାଇଛନ୍ତି ଯାହା ସପ୍ତମ କିସ୍ତିରୁ ୩,୧୨,୫୩୮ ଅଧିକ ଚାଷୀ ଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଓଡିଶାର ଚାଷୀ ମାନଙ୍କ ଓଡିଶାର ଚାଷୀ ମାନଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରୁଛି ।

farmar

ପିଏମ କିଷାନ ଯୋଜନାରେ ପଞ୍ଜିକୃତ ହୋଇଥିବା ରାଜ୍ୟର ସମସ୍ତ ଚାଷୀ ଯେପରି ଏହାର ସମ୍ପୂର୍ଣ୍ଣ ଲାଭ ପାଇପାରିବେ ସେଥିପାଇଁ ପଦକ୍ଷେପ ନିଅନ୍ତୁ । ଆଜି ପିଏମ କିଷାନ ଯୋଜନାରେ ୮ମ କିସ୍ତିରେ ଓଡ଼ିଶାର ୨୭,୮୩,୨୦୯ ଚାଷୀଙ୍କୁ ମୋଟ ୫୫୬.୬୪ କୋଟି ଟଙ୍କା ପଠାଯାଇଛି । ସେପଟେ ଏହାକୁ ନେଇ ବଜୁ ଜନତା ଦଳର ସାଂଗଠନିକ ସମ୍ପାଦକ ତଥା ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ଚିହିଁକି ଉଠିଛନ୍ତି ।

ଓଡ଼ିଶାର କାଳିଆ ଯୋଜନାରେ ଭୂମିହୀନ ଓ ଭାଗଚାଷୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି । କାଳିଆ ଯୋଜନା ଭଳି ପିଏମ କିଷାନରେ ଭୂମିହୀନ ଓ ଭାଗଚାଷୀଙ୍କୁ ସାମିଲ କରନ୍ତୁ ବୋଲି କେନ୍ଦ୍ରକୁ କହିଛନ୍ତି । ଏହା ଦ୍ବାରା ସମସ୍ତେ ଉପକୃତ ହେବେ ବୋଲି ପ୍ରଣବ ପ୍ରକାଶ ଦାଶ ଟ୍ବିଟ କରିଛନ୍ତି । ସୂଚନାଥାଉକି ସାରା ଦେଶର ପିଏମ କିଷାନ ଯୋଜନାରେ ୯ କୋଟି ଚାଷୀଙ୍କୁ ୧୯ ହଜାର କୋଟି ଟଙ୍କା ବ୍ୟାଙ୍କ ଖାତାରେ ପଠାଯାଇଛି ।

Leave a Reply

Your email address will not be published. Required fields are marked *